ଦିଲ୍ଲୀପ ରାୟଙ୍କୁ ଆଶ୍ୱସ୍ତି, ସ୍ୱତନ୍ତ୍ର ସିବିଆଇ ଅଦାଲତଙ୍କ ନିର୍ଦ୍ଦେଶନାମା ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ

କେନ୍ୟୁଜ (ବ୍ୟୁରୋ) : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ଆଶ୍ୱସ୍ତି । କୋଇଲା ଦୁର୍ନୀତି ମାମଲାରେ ଦିଲୀପ ରାୟଙ୍କ ଦଣ୍ଡାଦେଶ ଉପରେ ରୋକ । ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଇଛନ୍ତି ଦିଲ୍ଲୀ ହାଇକୋର୍ଟ । ଗତକାଲି ସିବିଆଇ କୋର୍ଟ ଦିଲୀପଙ୍କ ବିରୋଧରେ ୩ ବର୍ଷର ଦଣ୍ଡାଦେଶ ସହ ୧୦ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିଲେ । ଦିଲୀପଙ୍କ ସମେତ କୋଇଲା ମନ୍ତ୍ରାଳୟର ତତ୍କାଳୀନ ଦୁଇ ଅଧିକାରୀ ଓ କାଷ୍ଟ୍ରନ୍‌ ଟେକ୍ନୋଲୋଜିର ନିର୍ଦ୍ଦେଶକ ମହେନ୍ଦ୍ର ଅଗ୍ରଓ୍ଵାଲ୍‌ଙ୍କୁ ଦଣ୍ଡାଦେଶ ହୋଇଥିଲା । ୧୯୯୯ରେ କାଷ୍ଟ୍ରନ୍‌ ଟେକ୍ନୋଲୋଜିକୁ ଝାଡ଼ଖଣ୍ଡର ବ୍ରହ୍ମଡିହା କୋଲ ବ୍ଲକ୍‌ ଦେବାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ସେତେବେଳେ କେନ୍ଦ୍ରରେ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲ୍ଲୀପ ରାୟ ।

 

 

Leave A Reply

Your email address will not be published.