Below header

ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତରଣ: ୧୫ କୋଟି ୨୦ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର। ମନ୍ଦିର ମାଳିନୀ ଭୁବନେଶ୍ବରର ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର। ମନ୍ଦିର ମାଳିନୀ ଭୁବନେଶ୍ବରର ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପଗୁଡକର ନୂତନ ନିର୍ମାଣ ସହିତ ଉନ୍ନତିକରଣ କାର୍ଯ୍ୟ କରାଯିବ। ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ଥାନୀୟ ଜନପ୍ରତିନିଧି ଏବଂ ସଂଖ୍ୟା ଲଘୁ ସମ୍ପ୍ରଦାୟଙ୍କ ପକ୍ଷରୁ ସେମାନଙ୍କର ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ସମ୍ପତ୍ତି, ମହିଳା ସମିତି ଗୃହ, ପୂଜାମଣ୍ଡପ ଇତ୍ୟାଦିର ଉନ୍ନତିକରଣ ଓ ବିକାଶ ପାଇଁ ନିବେଦନ ପତ୍ର ଆସିଥିଲା।

ବିଏମସିର ଅଧିକାରୀମାନେ ସେ ସ୍ଥାନର ଅନୁଧ୍ୟାନ କରି ଆବଶ୍ୟକୀୟ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ଆଧାରରେ ସମ୍ପୃକ୍ତ କମିଟିର ସଦସ୍ୟ ଓ ଜନପ୍ରତିନିଧିମାନଙ୍କ ସହିତ 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏସବୁ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଏନେଇ ଅବଗତ କରିବା ପରେଏହିସବୁ ଉନ୍ନୟନ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.