ରାଜ୍ୟ

ଆଜି କନ୍ଧମାଳର ୨ଟି ବୁଥରେ ହେଉଛି ସାନି ମତଦାନ, ଅପରାହ୍ଣ ୪ଟା ଯାଏ ଚାଲିବ ଭୋଟିଂ

ବୌଦ୍ଧ (କେନ୍ୟୁଜ): ବୌଦ୍ଧ ଜିଲ୍ଲା କଣ୍ଟାମାଳର ୨ଟି ବୁଥରେ ସାନି ଭୋଟିଂ । ବୁଥ ନଂ ୨୬ ଓ ୨୮ରେ ଆଜି ପୁଣି ମତଦାନ ।  ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଏହା ଅପରାହ୍ଣ ୪ଟା ଯାଏ ଚାଲିବ । ସକାଳୁ ସକାଳୁ ଲୋକମାନେ ଆସି ଧାଡ଼ିରେ ଠିଆ ହୋଇ ଭୋଟ ଦେଉଛନ୍ତି  ।  ଏଥିପାଇଁ ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି ।  ଏପରିକି ପୁନର୍ବାର ଏହିପରି ଘଟଣା ନ ଘଟିବା ପାଇଁ ଅଧିକ ଧ୍ୟାନ ଦିଆଯାଇଛି ।

ଗତ ମେ’ ୨୦ରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ବେଳେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଉତ୍ତେଜନା ଓ ଗଣ୍ଡଗୋଳ ପରିସ୍ଥିତି ଦେଖିବାକୁ ମିଳିଥିଲା ।  ଗୋଟିଏ ବୁଥରେ ହଠାତ୍ ପୋଲିଂ ଅଧିକାରୀ ବୁଥ ବନ୍ଦ କରିଦେଇଥିଲେ  ।  ଏଥିସହ ମତଦାତାମାନଙ୍କୁ ଫେରାଇ ଦେଇଥିଲେ ।  ସୁରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago