ରାଜ୍ୟ

ରାଜ୍ଯରେ ବିଭିନ୍ନ ସ୍ଥାନରେ ପାଳିତ ହୋଇଛି ୭୨ତମ ସାଧାରଣତନ୍ତ୍ର ଦିବସ, କୋଭିଡ-୧୯ର ସମସ୍ତ ନିୟମାବଳୀ କରାଯାଇଛି ପାଳନ

କେନ୍ଯୁଜ୍: କଟକରେ ପାଳିତ ହୋଇଛି ୭୨ତମ ସାଧାରଣତନ୍ତ୍ର ଦିବସ। ମୁଖ୍ୟ ଅତିଥି ଭାବେ କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଯୋଗଦେଇ ମହାନଦୀ ବିହାର ଗୋପାଳ ଭବନରେ ପତାକା ଉତ୍ତୋଳନ କରିଥିଲେ।

ସେହିପରି କେନ୍ଦୁଝରରେ ଆନନ୍ଦ ଉଲ୍ଲାସର ସହ ୭୨ତମ ସାଧାରଣତଦନ୍ତ୍ର ଦିବସ ପାଳିତ ହୋଇଛି । ଜିଲ୍ଲା ମୁଖ୍ୟାଳୟରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଉପସ୍ଥିତ ରହି ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏ ଅବସରରେ ମନ୍ତ୍ରୀ କୋଭିଡ କ୍ଷେତ୍ରରେ ଉଲ୍ଲେଖଯୋଗ୍ୟ କାର୍ଯ୍ୟକୁ ପ୍ରଶଂସା କରିଥିଲେ ।

ବାଲେଶ୍ୱରରେ ମଧ୍ଯ ରିଜର୍ଭ ପୋଲିସ ଲାଇନ ପଡିଆ ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ । ଆୟୋଜିତ ସମାରୋହରେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରି ପ୍ରତାପ ଜେନା ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । କୋଭିଡ-୧୯ର ସମସ୍ତ ନିୟମାବଳୀ ପାଳନ କରି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ସେହିପରି  କୋରାପୁଟରେ ୭୨ତମ ସାଧାରଣତଦନ୍ତ୍ର ଦିବସ ପାଳିତ ହୋଇଛି । ଉତ୍ସବରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ମିଳିତ ପରେଡରେ ୪ଟି ଟିମ୍‌ ଭାଗ ନେଇଥିଲେ । ଏ ଅବସରରେ କୋଭିଡ ଯୋଦ୍ଧା ମାନଙ୍କୁ ପୁରସ୍କୃତ କରାଯାଇଥିଲା ।

ବରଗଡ଼ ଜର୍ଜ ହାଇସ୍କୁଲ ପଡିଆରେ ମଧ୍ଯ ପାଳିତ ହୋଇଛି ସାଧାରଣତନ୍ତ୍ର ଦିବସ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ୧୬ଜଣ କରୋନା ଯୋଦ୍ଧା ଓ କୃଷିକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୪ଜଣଙ୍କୁ ପୁରସ୍କୃତ କରାଯାଇଛି।

Sonalisa

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

18 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

27 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago