Categories: ରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି ୭୧ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି ୭୧ତମ ସାଧାରଣତନ୍ତ୍ର ଦିବସ। ସମ୍ବଲପୁର କଚେରୀ ଛକ ଓ ଜେଲ ଛକ ମଧ୍ୟରେ ଥିବା ରାଜପଥରେ ମହାସମାରୋହରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା।

ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରରେ ପାଳତି ହୋଇଯାଇଛି ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ  ୩୮ଟି ଦଳ ପରେଡ୍‌ରେ ଅଂଶଗ୍ରହଣ କରିଥିଲେ। ବଲାଙ୍ଗିର ମନୋହରପୁର ପୋଲିସ ପଡିଆରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ।

କେନ୍ଦୁଝର ଷ୍ଟାଡିୟମରେ ଶାନ୍ତିଶୃଙ୍ଖଳା ସହ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେଡରେ ୪୬ଟି ଦଳ ଅଂଶଗ୍ରହଣ କରିଥିଲେ। ସୁନ୍ଦରଗଡ଼ରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

5 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

5 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

12 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

18 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

35 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

44 mins ago