Below header

ପଞ୍ଚାୟତ ନିର୍ବାଚନରେ କେଉଁ ଆସନ କାହା ପାଇଁ ହେବ ସଂରକ୍ଷଣ? ଆଜି ପ୍ରକାଶ ପାଇବ ଚିଠା ପ୍ରସ୍ତାବ

ଭୁବନେଶ୍ବର(କେନ୍ଯୁଜ୍): ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ପ୍ରକାଶ ପାଉଛି ଚିଠା ପ୍ରସ୍ତାବ । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲା ସ୍ତରରେ ଚିଠା ବିଜ୍ଞପ୍ତି ପ୍ରକାଶ ପାଉଛି । ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ ଅଧ୍ୟକ୍ଷ,ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ବିଜ୍ଞପ୍ତି ପ୍ରକାଶ ପାଉଛି ।

ତେବେ ୱାର୍ଡ ମେମ୍ବର ,ସରପଞ୍ଚ, ସମିତିସଭ୍ୟ,ବ୍ଲକ ଅଧ୍ୟକ୍ଷ ପାଇଁ ଯଦି କିଏ ଚାହିଁବ ୧୬ ତାରିଖରେ ଆପତ୍ତି କରିପାରିବେ । ୨୧ ତାରିଖ ସୁଦ୍ଧା ଜିଲାପାଳଙ୍କ ଦ୍ୱାରା ଆପତ୍ତି ଅଭିଯୋଗର ଶୁଣାଣି କରି ସମାଧାନ କରାଯିବ । ୨୬ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ । ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ୱାରା ସମାଧାନ କରାଯିବ ।

୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ଡ୍ରାଫ୍ଟ ପବ୍ଲିକେଶନ ହେବ । ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ । ଏହାପରେ ଭୋଟର ତାଲିକା ପ୍ରସ୍ତୁତ କରାଯିବ । ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେରୁ ଦେଢ଼ ମାସ ଲାଗିବ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ସଠିକ ସମୟରେ ର୍ନିବାଚନ ହେବ ବୋଲି କହିଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.