ପ୍ରଚଣ୍ଡ ଖରା ଯୋଗୁଁ ଆଉଟଡୋର ଗେମ୍ ଉପରେ କଟକଣା, ସକାଳ ୧୧ଟାରୁ ୩ଟା ଯାଏଁ ବାହାରେ ଖେଳିବା ମନା

ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରଖି କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଏସ୍‌ଆର୍‌ସି । ପ୍ରବଳ ଖରା ହେଉଥିବାରୁ ଆଉଟ୍‌ଡୋର୍‌ ଖେଳ ଉପରେ କଟକଣା ଲଗାଇଲେ ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନଖେଳିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ବୃଦ୍ଧି ପାଇବାରେ ଲାଗିଛି ।  ଖରା ପାଇଁ ଅଂଶୁଘାତ ଆଶଙ୍କା ବଢ଼ିଯାଇଛି ।  ଏହାକୁ ନଜରରେ ରଖି କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଏସ୍‌ଆର୍‌ସି । ପ୍ରବଳ ଖରା ହେଉଥିବାରୁ ଆଉଟ୍‌ଡୋର୍‌ ଖେଳ ଉପରେ କଟକଣା ଲଗାଇଲେ ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନଖେଳିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡ଼ିବା ପରେ ତାଗିଦ କରାଯାଇଛି । ବିଶେଷକରି ଦିନ ୧୧ଟାରୁ ୩ ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆର୍‌ସି ।

ସେହିପରି ଖରାରେ ଦିନ ୧୧ରୁ ସାଢ଼େ ୩ ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରିବାକୁ ମନା କରାଯାଇଛି । ଏପ୍ରିଲରୁ ଜୁନ ୧୫ ପର୍ଯ୍ୟନ୍ତ ଶ୍ରମିକଙ୍କ ଉପରେ ନଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ରାଜସ୍ବ କମିଶନର ଓ ଜିଲ୍ଲାପାଳଙ୍କୁ ବିହିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ଶ୍ରମିକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା ପାଇଁ ପରାମର୍ଶ ଜାରି ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଅଂଶୁଘାତଜନିତ ଚିକିତ୍ସା ପାଇଁ ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ଟି, ସିଏଚସିରେ ୨ଟି ଏବଂ ପିଏଚସିରେ ଗୋଟିଏ ଲେଖାଏଁ ବେଡର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେଠାରେ କୁଲର ବା ଏସି ରହିବ । ପର୍ଯ୍ୟାପ୍ତ ପରିମାଣର ପାଣି ରହିବ ଓ ଓଆରଏସ୍‌ ବି ମହଜୁଦ ରହିବ । ଏଥିସହ ଆବଶ୍ୟକ ପରିମାଣର ଔଷଧ ମହଜୁଦ ରଖିବା ନିମନ୍ତେ ସମସ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.