Below header

ଅଗଷ୍ଟ ନୁହେଁ ବରଂ ସେପ୍‌ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର: ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଫଳ ପ୍ରକାଶନରେ ସମାନ୍ୟ ବିଳମ୍ବ ହୋଇପାରେ । ଅଗଷ୍ଟ ଶେଷ ସପ୍ତାହରେ ରେଜ୍‌ଲଟ ନବାହାରି ସେପ୍‌ଟେମ୍ବର ପ୍ରଥମ ସପ୍ତାହରେ ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଦୁଇ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହେବା ପରେ ଏଭଳି ସ୍ଥିତି ଉପୁଜିଛି । ପରୀକ୍ଷା ସେକସନ୍‌କୁ ବନ୍ଦ କରାଯିବା ସହ ତାକୁ ସଂପୂର୍ଣ୍ଣ ଭାବେ ସାନିଟାଇଜ୍‌ କରାଯାଇଛି । ଚଲିତ ବର୍ଷ ପ୍ରାୟ ୨ଲକ୍ଷ ୨୫ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.