ଭିଜିଲାନ୍ସ ଜାଲରେ ଆରଆଇ, ଜମି କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆରଆଇ । ଭଦ୍ରକ ଜିଲା ତିହିଡ଼ି ତହସିଲ ଅନ୍ତର୍ଗତ ଗଦି ରାଜସ୍ଵ ମଣ୍ଡଳର ରାଜସ୍ୱ ନିରୀକ୍ଷକ ଭାଗବତ ଖଟୁଆଙ୍କୁ ଧରିଲା ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ରାଜସ୍ୱ ନିରୀକ୍ଷକ ।  ଜମି କିସମ ପରିବର୍ତ୍ତନ ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଜମିର କିସମ ପରିବର୍ତ୍ତନ କରିବା ନେଇ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଭାଗବତ ।  ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ ।  ଆଜି ସେହି ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ପୂର୍ବ ଯୋଜନା ମୁତାବକ ମାଡ଼ି ବସିଥିଲା ଭିଜିଲାନ୍ସ ।  ଆରଆଇ ଭାଗବତ ଖଟୁଆଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବାସହ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କ ଏକାଧିକ ଠିକଣାରେ ଭିଜିଲାନ୍ସ ଚଢାଉ କରିଛି ।

You might also like