ରାଇସ ମିଲ୍‌ କାନ୍ଥ ଭୁଶୁଡି ୪ ଜଣଙ୍କ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ : ରାଇସ ମିଲ୍‌ କାନ୍ଥ ଭୁଶୁଡି ୪ ଜଣଙ୍କ ମୃତ୍ୟୁ ହୋଇଛି। ଆହତ ହୋଇଛନ୍ତି ୧୦ ଜଣ। ସେଥିରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ରବିବାର ହାଟ ଚାଲିଥିବା ବେଳେ, ଏହି ଦୁର୍ଘଟଣା ଘଟିଥିଲା। ଏହି ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କୁ ମାଗଣା ଚିକିତ୍ସା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.