ରାଜ୍ୟ

ବାରିପଦାରେ ନିଆରେ ପରମ୍ପରା: ଆଜି ମାଉସୀ ମା’ ମନ୍ଦିରରେ ସୁନା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ, ରାତିରେ ହେବେ ରଥାରୂଢ

ବାରିପଦା(କେନ୍ୟୁଜ୍) : ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉ ଆଜି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ସୁନାବେଶରେ । ପୁରୀରେ ଶ୍ରୀଜୀଉମାନେ ଭକ୍ତଙ୍କୁ ରଥ ଉପରେ ସୁନାବେଶରେ ଦର୍ଶନ ଦେଉଥିବା ବେଳେ ବାରିପଦାରେ କିନ୍ତୁ ପରମ୍ପରା ନିଆରା । ପରମ୍ପରା ଅନୁଯାୟୀ ମାଉସୀମା ମନ୍ଦିରରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ପରେ ସନ୍ଧ୍ୟାରେ ଗୋଟି ପହଣ୍ଡିରେ ରଥାରୂଢ ହେବେ ଚତୁର୍ଦ୍ଧାମୁର୍ତ୍ତି ।

ଉତ୍କଳୀୟ ସଂସ୍କୃତିର ପରିଚୟ ତଥା ଜଗତର ନାଥ ଜଗନ୍ନାଥଙ୍କ ଏ ହେଉଛି ଦ୍ୱାରୀକା ବେଶ ଅର୍ଥାତ ସୁନା ବେଶ । ପୁରୀରେ ଶ୍ରୀଜୀଉମାନେ ରଥ ଉପରେ ଥାଇ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଥିବା ବେଳେ ଏଠାକାର ପରମ୍ପରା କିନ୍ତୁ ନିଆରା । ରାଜାରାଜୁଡା ଆମଳରୁ ଆରମ୍ଭ ହୋଇଥିବା ଶ୍ରୀଜୀଉମାନଙ୍କ ସୁନାବେଶ ଏଠି ମାଉସୀମା ମନ୍ଦିରରେ ଅନୁଷ୍ଠିତ ହୋଇଥାଏ । ପୁରାଣ ବର୍ଣ୍ଣିତ ଅନୁଯାୟୀ ତତ୍କାଳୀନ ମହାରାଜା ବୈଦ୍ୟନାଥ ଭଞ୍ଜଦେଓ ଶ୍ରୀଜୀଉଙ୍କୁ ମାଉସୀମା ମନ୍ଦିରରେ ସୁନାବେଶରେ ଦେଖିବାକୁ ଚାହିଁଥିଲେ । ଆଉ ସେହି ଦିନଠାରୁ ଶ୍ରୀଜୀଉ ମାଉସୀମା ମନ୍ଦିରରେ ସୁନାବେଶରେ ଦର୍ଶନ ଦେଉଛନ୍ତି ।

ଆଜି ମଧ୍ୟ ମାଉସୀମା ମନ୍ଦିରରେ ସବୁ ନୀତିରୀତି ସମ୍ପନ୍ନ ହେବା ପରେ ସୁନା ବେଶରେ ଦର୍ଶନ ଦେଇଛନ୍ତି ବଡଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଜଗତର ନାଥ ଜଗନ୍ନାଥ । ସୁନାବେଶରେ ଦର୍ଶନ ପରେ ଆଜି ସନ୍ଧ୍ୟାରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ ହେବେ । ଆଗାମୀ ଦୁଇଦିନ ଧରି ହେବ ବାହୁଡା ରଥଟଣା । ଦୁଇ ବର୍ଷ ପରେ ଭକ୍ତମାନେ ପୁଣି ଥରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିଛନ୍ତି ।

ମହାପ୍ରଭୂଙ୍କୁ ସୁନାବେଶରେ ଦର୍ଶନ ପାଇଁ ଆଜି ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କଲେ କୁଆଡେ ଲକ୍ଷେ ଯଜ୍ଞର ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ସେହି ବିଶ୍ୱାସକୁ ନେଇ ଦର୍ଶନ ପାଇଁ ଭିଡ ଲଗାଇଛନ୍ତି ଶ୍ରଦ୍ଧାଳୁ । ପ୍ରାୟ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ସମାଗମକୁ ଲକ୍ଷ କରି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ମାଉସୀମା ମନ୍ଦିରରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯିବା ସହ ଏଏସପି, ଡିଏସପି ତଥା ଏସଡିପିଓ ଓ ଟାଉନଥାନା ଅଧିକାରୀଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହି ଭିଡକୁ ନିୟନ୍ତ୍ରିତ କରିଛନ୍ତି । ଏହାସହ ମାଉସୀମା ମନ୍ଦିର ପରିସରରେ ଭକ୍ତମାନଙ୍କ ପାଇଁ ଖେଚୁଡି ଭୋଗର ଆୟୋଜନ ହୋଇଛି । ସୁନାବେଶ ଦର୍ଶନ ପରେ ସନ୍ଧ୍ୟାରେ ଅନୁଷ୍ଠିତ ହେବ ପହଣ୍ଡିବିଜେ ।

 

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago