Categories: ରାଜ୍ୟ

ସୁବର୍ଣ୍ଣପୁର କୋଟସମଲାଇ ପାତାଳୀ ଶ୍ରୀକ୍ଷେତ୍ରକୁ ହେବ ରୋପ୍‌ ୱେ , ଭକ୍ତଙ୍କ ପାଇଁ ସହଜ ହେବ ଜଗନ୍ନାଥଙ୍କ ଗୁମ୍ଫା ଦର୍ଶନ

ସୁବର୍ଣ୍ଣପୁର(କେନ୍ୟୁଜ୍): ସୁବର୍ଣ୍ଣପୁର ଜିଲ୍ଲା କୋଟସମଲାଇ ସ୍ଥିତ ପାତାଳୀ ଶ୍ରୀକ୍ଷେତ୍ର । ଭକ୍ତଙ୍କ ସୁବିଧା ପାଇଁ ଜଗନ୍ନାଥଙ୍କ ପ୍ରସିଦ୍ଧ ଏହି ପୀଠରେ ରୋପ ୱେ ହେବ ।

ଛଳିଆ ପାହାଡର ପାଦ ଦେଶରୁ ପାହାଡର ଗୁମ୍ଫା ପର୍ଯ୍ୟନ୍ତ ୫ଶହ ୩୪ମିଟର ରୋପ ୱେ ତିଆରି ହେବ । ଏନେଇ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସରିଛି । ରୋପ ୱେ ତିଆରି ହେଲେ ଜଗନ୍ନାଥଙ୍କ ଗୁମ୍ଫା ଦର୍ଶନରେ ବେଶ୍‌ ସହଜ ହେବ ବୋଲି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ କହିଛନ୍ତି ।
ରୋପ ୱେ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ୯କୋଟି ୫୦ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି । କେବଳ ରୋପ ୱେ ନୁହେଁ ଆଗାମୀ ଦିନରେ ଭକ୍ତଙ୍କ ପାଇଁ ଅନ୍ୟାନ୍ୟ ବ୍ୟବସ୍ଥା ସହ ପୀଠର ବିକାଶ ଦିଗରେ ଦୃଷ୍ଟି ଦିଆଯାଉଛି ବୋଲି ସ୍ଥାନୀୟ ବିଧାୟକ କହିଛନ୍ତି । ପ୍ରତି ଘଣ୍ଟାରେ ୧୫୦ ଜଣ ନେବା ଆଣିବା କ୍ଷମତା ରଖୁଥିବା ଏହି ପ୍ରକଳ୍ପ ଆଗାମୀ ଦେଢ଼ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

 

 

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

18 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

19 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago