ରାଉରକେଲା : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ

ରାଉରକେଲା : ହକି ଛକରେ ଟ୍ରକ୍ ଧକ୍କାରେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ୧୪୩ ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଲୋକେ । ପାଖାପାଖି ଅଧଘଣ୍ଟା ଧରି ରାସ୍ତାରୋକ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା । ଏହା ପରେ ରାସ୍ତାରୋକ ହଟିଥିଲା । ଆଜି ସକାଳ ପ୍ରାୟ ୫ଟା ୩୦ରେ ଟ୍ରକ୍ ଧକ୍କା ଦେବାରୁ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ତେବେ ରାସ୍ତାରୋକ ହଟିବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.