ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା, ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର : ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ‘ସୁଭଦ୍ରା’ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ଏନେଇ ‘ସୁଭଦ୍ରା’ ଶୋଭାଯାତ୍ରାରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଅବସରରେ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନ ପହଞ୍ଚିବା ଯାଏ ଯୋଜନା ଚାଲୁ ରହିବ। ୧୭ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବାକୁ ନିଷ୍ପତ୍ତି ହୋଇଛି । ତେବେ ଯେଉଁମାନେ ବର୍ତ୍ତମାନ ସୁଦ୍ଧା ପଞ୍ଜୀକରଣ କରିନାହାନ୍ତି ସେମାନେ ଭୟଭୀତ ନ ହେବାକୁ ପରିଡ଼ା ପରାମର୍ଶ ଦେଇଛନ୍ତି । ସବୁ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏପର୍ଯ୍ୟନ୍ତ ୬୦ ଲକ୍ଷ ମହିଳା ପଞ୍ଜୀକରଣ କରିସାରିଛନ୍ତି ।

ସେହିପରି ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ପାଇଁ ଭୁବନେଶ୍ୱର ଗିରି ଦୁର୍ଗା ମନ୍ଦିରରୁ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଏକ ପଦଯାତ୍ରା ହୋଇଛି । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏହି ପଦଯାତ୍ରାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବର୍ଦ୍ଧନ ସିଂହଦେଓ, ମେୟର ସୁଲୋଚନା ଦାସ, ବିଧାୟକ ବାବୁ ସିଂ, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣାଙ୍କ ସମେତ ବହୁ ବ୍ୟକ୍ତି ଯୋଗ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like