ରାଜ୍ୟ

ଅଡବା : ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୫ ଗିରଫ

ମୋହନା(କେନ୍ୟୁଜ) : ଗଞ୍ଜେଇ ଚାଲାଣ ବେଳେ ପୋଲିିସ ଏକ ଟ୍ରକ ସହ ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ଏସ୍. ଡି. ପି. ଓ ଦିଲ୍ଲୀପ କୁମାର ନାୟକ ଏକ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ଗଜପତି ଜ଼ିଲ୍ଲା ରୁ ବାହାର ରାଜ୍ୟ କୁ ଗଞ୍ଜେଇ ଚୋରାଚାଲାଣ ଥମିବାର ନା ନେଉନି l ଗୁରୁବାର ଜ଼ିଲ୍ଲା ର ଅଡବା ଥାନା ନଳାଘାଟ ଅଞ୍ଚଳ ରୁ ହରିୟାଣା ଚାଲାଣ ହେଉଥିବା ବେଳେ ଏକ ଟ୍ରକ ସହ ୩୧୬ କେଜି ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଛି ପୋଲିସ ।  ଏଥି  ସହ ଜଣେ ସ୍ଥାନୀୟ ମାଫିଆ ଙ୍କ ସହ ଚାରିଜଣ ହରିୟାଣା ର ଗଞ୍ଜେଇ ମାଫିଆ ଙ୍କୁ ଗିରଫ କରିଛି ପୋଲିସ ।

ରାୟଗଡା – ଗଜପତି ସୀମାନ୍ତ ଅଞ୍ଚଳ ରେ ପୋଲିସ ର ପେଟ୍ରୋଲିଙ୍ଗ ବେଳେ ଟ୍ରକ ଟିକୁ ତଲାସି କଲାବେଳେ ଟ୍ରକ ର ସିକ୍ରେଟ ଚାମ୍ବର ରୁ ୧୫ ଟି ଜରିବସ୍ତା ରେ ଏହି ଗଞ୍ଜେଇ ଚାଲାଣ କରାଯାଉଥିଲା । ଜବତ ଗଞ୍ଜେଇ ର ମୂଲ୍ୟ ୧୫ ଲକ୍ଷ ରୁ ଉର୍ଦ୍ଧ ହୋଇଥିବା ବେଳେ ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ଏସ୍. ଡି. ପି. ଓ ଦିଲ୍ଲୀପ କୁମାର ନାୟକ ଏକ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି ।

Niharanjan

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

2 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

9 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

16 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

24 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

26 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

34 mins ago