Categories: ରାଜ୍ୟ

ସବୁଜ ମହାନଦୀ ମିଶନରେ ବୃକ୍ଷରୋପଣ କାର୍ୟ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବୌଦ୍ଧ୍‌ ଜିଲ୍ଲା ମନମୁଣ୍ଡାର ଦେଉଳିଠାରେ ତେଲ୍‌ନଦୀ କୂଳରେ ଗ୍ରୀନ୍‌ ମହାନଦୀ ମିଶନରେ ବୃକ୍ଷରୋପଣ କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ପ୍ରଥମ ଦିନରେ ବୌଦ୍ଧ୍‌ ଜିଲ୍ଲା ପ୍ରଶାସନ ପକ୍ଷରୁ ୫ ହଜାର ଚାରା ଲଗାଯାଇଛି ।ଏହାପରେ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ବନ ବିଭାଗ ପକ୍ଷରୁ ମହାନଦୀ କୂଳରେ ସବୁଜ ମହାନଦୀ ଅଭିଯାନର ଶୁଭାରମ୍ଭ କରିଛନ୍ତି । ସବୁଜ ମହାନଦୀ ପଦଯାତ୍ରା ଓ ରଥର ଶୁଭାରମ୍ଭ ହୋଇଛି । ସବୁଜ ମହାନଦୀର ଲୋଗୋକୁ ଉନ୍ମୋଚନ କରିବା ସହ ମହାନଦୀର ସୁରକ୍ଷା ସମସ୍ତଙ୍କର ଦାୟିତ୍ୱ ବୋଲି ନବୀନ କହିଥିଲେ ।

ଏଥିସହ ରୟାଲ ପଡ଼ିଆରେ ୩ଶହ କୋଟି ଟଙ୍କାରେ ୨୩ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ସାଧାରଣ ସଭାରେ ଯୋଗଦେଇଥିଲେ । ଏହି କାର୍ୟ୍ୟକ୍ରମରେ ବାଚସ୍ପତି ପ୍ରଦୀପ ଅମାତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସାଂସଦ କଳିକେଶ ସିଂହଦେଓ, ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ପ୍ରମୁଖ ଯୋଗ ଦେଇଥିଲେ । ଓଡ଼ିଶାର ଜୀବନରେଖା ମହାନଦୀର ଜଳ ପ୍ରବାହକୁ ଅବ୍ୟାହତ ରଖିବା ପାଇଁ ସବୁଜ ମହାନଦୀ ମିଶନ ହେଉଛି ମୁଖ୍ୟମନ୍ତ୍ରୀଙ୍କର ଅଭିନବ ପରିକଳ୍ପନା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କ଼ଡ଼ାକଡ଼ି କରାଯାଇଥିଲା ।

KNews Bureau

Recent Posts

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

6 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

7 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

51 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

54 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago