ମହାପ୍ରଭୁଙ୍କ ବନକ ଲାଗି ନୀତି, ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ବନକ ଲାଗି କରାଯିବ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ ।

ବୁଧବାର ଦିନ ବନକ ଲାଗି ବିଧି ରହିଛି । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ଯାଏ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକ ଲାଗି କୁହାଯାଏ ।

You might also like