ରାଜ୍ୟ

ବଢ଼ିଲା ମେୟର ଓ ଅନ୍ୟ କର୍ମଚାରୀଙ୍କ ଦରମା: ପାଉଥିଲେ ୮ ହଜାର, ଏବେ ପାଇବେ ୫୦ ହଜାର

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।

ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍‌.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍‌.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର Standing Committee ର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।

ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି। ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago