ରାଜ୍ୟ

ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ, ସମ୍ବଲପୁର ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟବ୍ୟାପୀ ଅସହ୍ୟ ଖରାର ପ୍ରକୋପ ଜାରି। ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁର ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ତାପମାତ୍ରା ରେକର୍ଡ ହୋଇଛି ୪୨.୪ ଡିଗ୍ରୀ ସେଲସିୟସ। ଝାରସୁଗୁଡ଼ାରେ ପାରଦ ୪୧.୮ ଛୁଇଁଥିବା ବେଳେ ହୀରାକୁଦରେ ୪୧.୪, ଚାନ୍ଦବାଲିରେ ୩୮.୨, ଭୁବନେଶ୍ୱରେ ୩୭.୬ ଡିଗ୍ରୀ ସେଲସିୟସ ରହିଛି। ଟାଣ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ। ସକାଳ ୧୦ଟା ପରଠାରୁ ପ୍ରଖର ହେଉଛି ଖରାର ତେଜ। ରାସ୍ତାଘାଟ ଶୁନଶାନ ହେବା ସହ ଲୋକଙ୍କ ଚଳପ୍ରଚଳ କମ୍‌ ଥିବା ଦେଖାଯାଉଛି।

ବାହାରକୁ ବାହାରିଲେ ତାତି ଯାଉଛି ମୁହଁ ହାତ। ଭୁବନେଶ୍ୱରରେ ୭୯% ଆର୍ଦ୍ରତା ଯୋଗୁ ଅସହ୍ୟ ହେଉଛି ଗୁଳୁଗୁଳି । ପଶ୍ଚିମ ଓଡ଼ିଶାରେ ତାତି ଅଧିକ ରହୁଥିବା ବେଳେ ଉପକୂଳରେ ଅଧିକ ହେଉଛି ଗୁଳୁଗୁଳି । କାଳବୈଶାଖୀର ପ୍ରଭାବ କମିଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ୧୮ ସହରର ତାପମାତ୍ରା।

KNews Bureau

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

15 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

21 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

34 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago