ହାଇ ଆଲର୍ଟରେ ସମ୍ବଲପୁର, ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର : ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ପୋଲିସ ।  ବିଭିନ୍ନ ସ୍ଥାନରୁ ବାହାରିବ ଶୋଭାଯାତ୍ରା ।  ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ହୋଇଛି ।  ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।  ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନଜର ରଖିବ ୬୫୦ ସିସିଟିଭି ।  ୪୦ଟି ଡ୍ରୋନରେ ଶୋଭାଯାତ୍ରାର ମନିଟରିଂ ହେବ ।

ଧାର୍ମିକ ସ୍ଥଳ ଗୁଡିକରେ ପୋଲିସ ପିକେଟିଂ କରୁଛି ।  ସୋସିଆଲ୍ ମିଡିଆ ପୋଷ୍ଟ ଉପରେ କଡ଼ା ନଜର ରହିଛି ।  ଗୁଜବକାରୀଙ୍କ ଉପରେ ନଜର ରଖିବା ପାଇଁ ସ୍ପେଶାଲ ସାଇବର ଟିମ ଗଠନ କରାଯାଇଛି ।  ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ ସମ୍ବଲପୁର ।  ସମଗ୍ର ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ସହରକୁ ଜଗିବେ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ। ରାପିଡ୍ ଆକ୍ସନ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି। ବଡ଼ ବଡ଼ ୧୦ଟି ଏଲଇଡି ଓ ଡ୍ରୋନ ଦ୍ବାରା ସହର ଉପରେ ନଜର ରଖାଯାଇଛି। ଏହାସହ ଅପରାହ୍ନ ୩ଟାରୁ ରାତି ୯ଟା ଯାଏ ଧନୁପାଲିରୁ ଟାଉନ ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ ରହିବ ।  ସେହିପରି ଧନକଉଡାରୁ ଟାଉନ ପର୍ଯ୍ୟନ୍ତ ରାତି ୧୦ଟା ଯାଏ , ଅଇଁଠାପାଲିରୁ ଟାଉନ ପର୍ଯ୍ୟନ୍ତ ରାତି ୯ଟା ଏବଂ ସରଲାକାନିରୁ ଟାନ ପର୍ଯ୍ୟନ୍ତ ରାତି ୯ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ବନ୍ଦ ରହିବ ।

Also read: ଆଜି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ଓଡ଼ିଆ ପରମ୍ପରାରେ ଆଜିଠାରୁ ନୂଆବର୍ଷ ଆରମ୍ଭ