ରାଜ୍ୟ

ମୟୁରଭଞ୍ଜ: ବାଟବଣା ହୋଇ ଗାଁ ଭିତରକୁ ଚାଲିଆସିଲା ବିରାଟକାୟ ସମ୍ବର, ବନବିଭାଗ ଉଦ୍ଧାର କଲାବେଳେ ଚାଲିଗଲା ଜୀବନ

କରଞ୍ଜିଆ(କେନ୍ୟୁଜ୍): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜର ରାଣିପାଟ ଗାଁରୁ ଏକ ବିରାଟକାୟ ସମ୍ବର ଉଦ୍ଧାର କରାଯାଇଥିଲା। ସମ୍ବରଟି ଶିମିଳିପାଳ ଅଭୟାରଣ୍ୟ ଅଞ୍ଚଳରୁ ବାଟବଣା ହୋଇ ଚାଲି ଆସିଥିବା ଅନୁମାନ କରାଯାଉଛି ।  ଆଜି ଅପରାହ୍ନ ୪ଟା ସମୟରେ ଏହି ସମ୍ବରଟି ଗାଁ ଭିତରକୁ ଚାଲିଆସିଥିବାର ଦେଖିବାକୁ ମିଳିଥିଲା। ଖବର ପାଇ ବନବିଭାଗ ସମ୍ବରଟିକୁ ଜଙ୍ଗଲକୁ ଘଉଡ଼ାଇବା ସମୟରେ, ରାଣିପାଟ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ପଶି ଯାଇଥିଲା ।

କିଛି ସମୟ ପରେ ଗାଁ ଲୋକ ଓ ବନବିଭାଗ ମିଶି ସମ୍ବରଟିକୁ ଉଦ୍ଧାର କରୁଥିବା ବେଳେ  ହୃଦଘାତରେ ସମ୍ବରଟିର ମୃତ୍ୟୁବରଣ କରିଥିବାର ସୂଚନା ମିଳିଛି। ତେବେ ଘଟଣା ସ୍ଥଳରୁ ମୃତ୍ୟୁ ସମ୍ବରଟିକୁ ବନବିଭାଗ ଉଦ୍ଧାର କରି ବ୍ୟେବଚ୍ଛେଦ ପାଇଁ କରଞ୍ଜିଆ ପଶୁ ଡାକ୍ତର ଖାନାକୁ  ପଠାଇଛି।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago