ଦେଶ ପାଳୁଛି ସମ୍ବିଧାନ ଦିବସ, ଭୁବନେଶ୍ବରରେ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଉଛି । ଏନେଇ ସାରା ଦେଶରେ ପାଳିତ ହେଉଛି ସମ୍ବିଧାନ ଦିବସ । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ କରିଥିଲେ । ପରେ ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନୀ ଚରଣ ମାଝୀ । ସେ କହିଥିଲେ ଆଜି ଆମ ସମସ୍ତଙ୍କ ପାଇଁ ପବିତ୍ର ଦିନ । ସ୍ୱାଧିନ ଭାରତର ପୁଣ୍ୟ ଗ୍ରନ୍ଥ, ମାର୍ଗଦର୍ଶକ, ଆମ ସମ୍ବିଧାନ ।
ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ, ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିଧାୟକ ବାବୁ ସିଂ ଆଦି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।