Below header

ମାଟ୍ରିକ୍ ଛାତ୍ରଛାତ୍ରୀଙ୍କ ଲାଗି ନମୁନା ପ୍ରଶ୍ନପତ୍ର ଜାରି, ପରୀକ୍ଷାର୍ଥୀଙ୍କ ନିକଟରେ ପହଞ୍ଚାଇବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

କଟକ (କେନ୍ୟୁଜ): ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍ ନମୁନା ପ୍ରଶ୍ନପତ୍ର ପଠାଯାଇଛି।

ଯେହେତୁ ଆସନ୍ତା ବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷାରେ ପୁରୁଣା ପଦ୍ଧତ୍ତି ଆପଣେଇବା ଲାଗି ନିଷ୍ପତ୍ତି ହୋଇଛି । ତେଣୁ ପରୀକ୍ଷାର୍ଥୀ ମାନେ କିପରି ଚାପମୁକ୍ତ ଭାବେ ପରୀକ୍ଷା ଦେଇପାରିବେ । ସେଥିପାଇଁ ଏଭଳି ପଦକ୍ଷେପ ନିଆଯାଇଛି । ତେବେ ଏଭଳି ପଦକ୍ଷେପକୁ ସ୍ବାଗତ କରିଛନ୍ତି ଉଭୟ ଶିକ୍ଷକ ଓ ଶିକ୍ଷୟିତ୍ରୀ । ପରୀକ୍ଷା ପୂର୍ବରୁ ସାମ୍ପଲ ପେପରରେ ଅଭ୍ୟାସ କରିବା ଦ୍ବାରା ପରୀକ୍ଷା ପାଇଁ ବେଶ ସହାୟକ ହେବ ।

ଏପରିକି ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ପଦକ୍ଷେପ ନେବେ। ପ୍ରଧାନଶିକ୍ଷକଙ୍କୁ ପ୍ରଶ୍ନପତ୍ର ପଠାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିକଟରେ ପ୍ରଶ୍ନପତ୍ର ପହଞ୍ଚାଇବାକୁ ଡିଇଓ ବ୍ୟବସ୍ଥା କରିବେ। ଜିଲ୍ଲା ସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ବାରା ପ୍ରଶ୍ନପତ୍ର ପ୍ରସ୍ତୁତ କରି ଡିଜିଟାଲ ପ୍ରଶ୍ନ ପତ୍ର ବ୍ୟାଙ୍କ ପାଇଁ ନିର୍ଦ୍ଦେଶାଳୟକୁ ପଠାଇବାକୁ ମଧ୍ୟ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.