ରାଜ୍ୟ

ଏଭଳି ବିଷମ ପରିସ୍ଥିତିରେ କୋର୍ଟଙ୍କ ରାୟ ଓ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସ୍ୱାଗତଯୋଗ୍ୟ : ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ବନ୍ଦ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା । ଏଭଳି ବିଷମ ପରିସ୍ଥିତିରେ କୋର୍ଟଙ୍କ ରାୟ ଓ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସ୍ୱାଗତଯୋଗ୍ୟ । ବିକଳ୍ପ ବ୍ୟବସ୍ଥା ନେଇ ପରିଚାଳନା କମିଟି ଓ ସେବାୟତଙ୍କ ଆଲୋଚନା ପରେ ଚୂଡ଼ାନ୍ତ ପଦକ୍ଷେପ ନିଆଯିବ । ଆଲୋଚନା ବେଳେ ଆଇନ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତ କାମନା କରିଛନ୍ତି ଜଗତଗୁରୁ । ତେବେ ନିର୍ମାଣଧୀନ ରଥକୁ କଣ କରାଯିବ ସେନେଇ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।

ତେବେ ଗତକାଲି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଧ୍ଯ ପ୍ରତିକ୍ରିୟା ରଖିଥିଲେ । ସେ କହିଥିଲେ, ସବୁ କଥା ମଣିଷ ହାତରେ ନଥାଏ । ଅସାଧାରଣ ପରିସ୍ଥିତିରେ ମହାପ୍ରଭୁଙ୍କ ଯାତ୍ରା ବିଧାନରେ ପରିବର୍ତ୍ତନ ସମଗ୍ର ବିଶ୍ୱରେ ଭକ୍ତମାନଙ୍କୁ ଦୁଃଖ ଦେବ ଏଥିରେ ସନ୍ଦେହ ନାହିଁ । ସୁପ୍ରିମକୋର୍ଟଙ୍କ ରାୟକୁ ସମସ୍ତେ ମାନିବାକୁ ବାଧ୍ୟ । ରାୟକୁ ନେଇ ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସିବ । ଯେହେତୁ ବାହାରେ ରଥଯାତ୍ରା ହୋଇ ପାରିବ ନାହିଁ ଶ୍ରୀମନ୍ଦିର ପରିଚାଳନା କମିଟିରେ ଆଲୋଚନା ପରେ ମହାପ୍ରଭୁଙ୍କ ନୀତିକାନ୍ତି ନେଇ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ମତାମତ ଲୋଡ଼ଯିବ ବୋଲି କହିଥିଲେ ଗଜପତି ମହାରାଜା । ବିଧି ପରଂପରା ଓ ଶାସ୍ତ୍ର ଅନୁସାରେ କଣ ହେବ ସେନେଇ ମ୍ୟାନେଜିଂ କମିଟି ବୈଠକରେ ଆଲୋଚନା କରାଯିବ । ଏହାପରେ ସବୁକିଛି ସ୍ପଷ୍ଟ ହେବ ବୋଲି କହିଥିଲେ ଗଜପତି ମହାରାଜ ।

Sonalisa

Recent Posts

ସର୍ଜରୀ ପରେ ସାମ୍ନାକୁ ଆସିଲା ରାକ୍ଷୀଙ୍କ ପ୍ରଥମ ଭିଡିଓ, କଷ୍ଟ ଅନୁଭବ କରୁଥିବାର ଆସିଲେ ନଜର

ଆଜିକାଲି ରାକ୍ଷୀ ସାୱନ୍ତ ନିଜ ସ୍ୱାସ୍ଥ୍ୟା ସମସ୍ୟାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଅସୁସ୍ଥତା ହେତୁ ରାକ୍ଷୀ ସାୱନ୍ତଙ୍କୁ…

26 mins ago

ସମାନ ମାର୍କ ରଖି ଟପ୍ପର ହୋଇଛନ୍ତି ଏହି ଯାଆଁଳା ଭଉଣୀ

ବାଲୁଗାଁ(କେନ୍ୟୁଜ୍): ଇଏ ଆଶ୍ଚର୍ଯ୍ୟର କଥା ନୁହେଁ ତ ଆଉ କଣ? ଦୁହେଁ ସିନା ପିଲାଟିବେଳୁ ଦେଖିବାକୁ ଏକାପରି ଥିଲେ, ହେଲେ…

55 mins ago

ପ୍ରଶ୍ନୋତ୍ତର ନପଢ଼ି ଶିକ୍ଷୟତ୍ରୀ ଦେଉଥିଲେ ନମ୍ବର, ରିଲ୍ସ କରିବା ପଡ଼ିଲା ମହଙ୍ଗା

ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍‌…

1 hour ago

ମଧ୍ୟପ୍ରଦେଶ : ବୀଭତ୍ସ ହତ୍ୟାକାଣ୍ଡ, ଟାଙ୍ଗିଆରେ ହାଣି ୮ ଜଣଙ୍କୁ ମାରିବା ପରେ ନିଜେ ଆତ୍ମହତ୍ୟା କଲା ଯୁବକ

ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…

1 hour ago

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

2 hours ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

2 hours ago