Below header

ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା

ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା । ଶୋକାକୁଳ ପରିବେଶରେ ପୁରୀ ସ୍ବର୍ଗଦ୍ବାରରେ ଅନ୍ତିମ ସଂସ୍କାର ହୋଇଛି । ରାଷ୍ଟ୍ରୀୟ ସମ୍ମାନ ସହ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଗାର୍ଡ ଅଫ୍ ଅନର୍ ଦିଆଯିବା ପରେ ବଡ଼ପୁଅ ସଂଜୀବ ହୋତା ମୁଖାଗ୍ନି ଦେଇଥିଲେ । ଅନ୍ତିମ ସଂସ୍କାର ବେଳେ ଜିଲ୍ଲାପାଳ ବିଜୟ କୁମାର ଦାସଙ୍କ ସହ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ପୁରୀ(କେନ୍ୟୁଜ): ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା । ଶୋକାକୁଳ ପରିବେଶରେ ପୁରୀ ସ୍ବର୍ଗଦ୍ବାରରେ ଅନ୍ତିମ ସଂସ୍କାର ହୋଇଛି । ରାଷ୍ଟ୍ରୀୟ ସମ୍ମାନ ସହ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଗାର୍ଡ ଅଫ୍ ଅନର୍ ଦିଆଯିବା ପରେ ବଡ଼ପୁଅ ସଂଜୀବ ହୋତା ମୁଖାଗ୍ନି ଦେଇଥିଲେ । ଅନ୍ତିମ ସଂସ୍କାର ବେଳେ ଜିଲ୍ଲାପାଳ ବିଜୟ କୁମାର ଦାସଙ୍କ ସହ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଗତକାଲି ସାତକଡ଼ି ହୋତାଙ୍କ ପରଲୋକ ଘଟିଥିଲା । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବଡ଼ ଝିଅଙ୍କ ବାସଭବନରେ ୯୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରଥିଲେ । ଆଜି ସ୍ଵର୍ଗଦ୍ଵାରରେ ବିଶିଷ୍ଟ ବ୍ୟକ୍ତି,ସଂଗଠକ ଶୁଭେଚ୍ଛୁଙ୍କ ଉପସ୍ଥିତିରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ବାପାଙ୍କ ଅଧୁରା କାମକୁ ଆଗେଇ ନେବା ପାଇଁ ମାସିକ ପତ୍ରିକା ଅମୃତାୟନକୁ ଆଗେଇ ନେବା ପାଇଁ ସମସ୍ତ ପ୍ରଚେଷ୍ଟା ଜାରି ରହିବ ବୋଲି ତାଙ୍କ ପରିବାର ସଦସ୍ୟ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.