Below header

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର, ସୁପାରି କଲେ ସୁପ୍ରିମକୋର୍ଟ କଲିଜିୟମ

ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି । ଅଗଷ୍ଟରେ ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୁରଲୀଧର ଅବସର ନେବେ । ଏହାକୁ ଦୃଷ୍ଟିରେ ରଖି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାମକୁ ସୁପ୍ରିମକୋର୍ଟ କଲିଜିୟମ ସୁପାରି କରିଛନ୍ତି ।

କଟକ (କେନ୍ୟୁଜ): ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି । ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୁରଲୀଧର ଅଗଷ୍ଟରେ ଅବସର ନେବେ । ଏହାକୁ ଦୃଷ୍ଟିରେ ରଖି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାମକୁ ସୁପ୍ରିମକୋର୍ଟ କଲିଜିୟମ ସୁପାରି କରିଛନ୍ତି । ଜୁନ ୧୦ ତାରିଖ ୨୦୨୨ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇାକୋର୍ଟରେ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି। ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧, ଅକ୍ଟୋବର ୪ ରେ ତ୍ରିପୁରାର ଉଦୟପୁରରେ ଜନ୍ମଗ୍ରହଣ କରିଥିଲେ ।

୨୦୧୧, ନଭେମ୍ବର ୧୫ରେ ସେ ଗୈହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ । ୨୦୧୩, ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିବ ର୍ନିବାହ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.