ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ, ୪ ସପ୍ତାହ ମଧ୍ୟରେ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

(କେନ୍ୟୁଜ): ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ୨୦୨୦ ନେଇ ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ । ଆସନ୍ତା ୪ ସପ୍ତାହ ମଧ୍ୟରେ ଏହି ମାମଲାରେ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶା ହାଇକୋର୍ଟଙ୍କ ରାୟ ବିରୋଧରେ UGC ଓ ପ୍ରଫେସର ଅଜିତ ମହାନ୍ତି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଆବେଦନକାରୀଙ୍କ ପକ୍ଷରୁ ଖଣ୍ଡପୀଠଙ୍କ ନିକଟରେ ଉଲ୍ଲେଖ କରାଯାଇଥିଲା ଯେ, ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ୨୦୨୦ UGC ଆଇନ ୨୦୧୮କୁ ଉଲ୍ଲଂଘନ କରୁଛି ।

ଆବେଦନକାରୀଙ୍କୁ ଶୁଣିବା ପରେ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଜାରି କରିବରକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କୁ ତାଙ୍କ ପକ୍ଷ ରଖିବାକୁ ୪ ସପ୍ତାହ ମଧ୍ୟରେ ସତ୍ୟପାଠ ଆକାରରେ ଦାଖଲ କରିବାକୁ କହିଛନ୍ତି । ଓଡ଼ିଶା ସରକାର ନଭେମ୍ବର ୯, ୨୦୨୦ରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ପ୍ରଣୟନ କରିଥିଲେ । ଏହାଦ୍ୱାରା ବିଭିନ୍ନ ବିଶ୍ୱବିଦ୍ୟାଳୟମାନଙ୍କରେ ଏକାଡେିମକ, ପ୍ରାଶାସନିକ ପଦବିରେ ନିଯୁକ୍ତି ପାଇଁ ବ୍ୟବସ୍ଥା ରହିଛି । ଓଡ଼ିଶା ସରକାରଙ୍କ ଏହି ବ୍ୟବସ୍ଥା ୟୁଜିସି ନିୟମଠାରୁ ଭିନ୍ନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.