ପଛକୁ ପଛ ଲଘୁଚାପ ପ୍ରଭାବରେ ରାଜ୍ୟ ବ୍ୟାପୀ ବିକ୍ଷିପ୍ତ ବର୍ଷା ଜାରି, ଆସନ୍ତା ପାଞ୍ଚଦିନ ଯାଏ ବର୍ଷା ଲାଗି ରହିବ

ପାଣିପାଗର ବିଭିନ୍ନ ନିୟାମକ ପ୍ରଭାବରେ ରାଜ୍ୟରେ ଆସନ୍ତା ପାଞ୍ଚଦିନ ଯାଏ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା କାଲି ୧୦ ଜିଲ୍ଲା ଓ ୨୪ ତାରିଖରେ ୧୧ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସହ ପଛକୁ ପଛ ଲଘୁଚାପ ପ୍ରଭାବରେ ରାଜ୍ୟ ବ୍ୟାପୀ ବିକ୍ଷିପ୍ତ ବର୍ଷା ଜାରି ରହିଛି। ଗତକାଲି ଉତ୍ତର ପଶ୍ଚିମ- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ରହିଥିବା ଲଘୁଚାପ ଦୁର୍ବଳ ହୋଇଛି। ତେବେ ଏହା ସହ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ପୂର୍ବ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ଛତିଶଗଡ଼ ଉପରେ ଜଡ଼ିତ ରହିଛି। ଆଉ ଏକ ଘୂର୍ଣ୍ଣିବଳୟ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ବ୍ୟାପିଛି। ସେପଟେ ୨୪ତାରିଖରୁ ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ପାଣିପାଗର ବିଭିନ୍ନ ନିୟାମକ ପ୍ରଭାବରେ ରାଜ୍ୟରେ ଆସନ୍ତା ପାଞ୍ଚଦିନ ଯାଏ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା କାଲି ୧୦ ଜିଲ୍ଲା ଓ ୨୪ ତାରିଖରେ ୧୧ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୫ତାରିଖରୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ। ମୌସୁମୀ ସକ୍ରିୟ ରହିବା ପରେ ରାଜ୍ୟରେ ବର୍ତ୍ତମାନ ୧୪ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.