ପ୍ରବଳ ବର୍ଷା ଯୋଗୁ ୮ଟି ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା

ଭୁବନେଶ୍ବର : ପ୍ରବଳ ବର୍ଷା ଯୋଗୁ ୮ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା । କଟକ, ଗଞ୍ଜାମ, ଗଜପତି, ଭଦ୍ରକ, ପୁରୀ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି । ଏସବୁ ଜିଲ୍ଲାରେ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି । ଜିଲ୍ଲାପାଳ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ହେଲେ ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ସ୍କୁଲ ଓ ଅଙ୍ଗନବାଡି ଯିବା ପାଇଁ କୁହାଯାଇଛି ।