ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ହେଲା ଶୁଭାରମ୍ଭ, ଉମରକୋଟରୁ ଶୁଭାରମ୍ଭ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଉମରକୋଟ : ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ହେଲା ଶୁଭାରମ୍ଭ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହାର ଶୁଭାରମ୍ଭ କରିଛନ୍ତି । ଉମରକୋଟ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଓ ସ୍ୱାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟରୁ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଆରମ୍ଭ ହୋଇଛି । ଉଭୟ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଣ୍ଡିଆରେ ପ୍ରସ୍ତୁତ ଲଡୁ ଦିଆଯାଇଛି ।
ଏଥି ସହ ଆଜିଠାରୁ ପୋଷଣ ଅଭିଯାନରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପୋଷଣ ଯୁକ୍ତ ମଧ୍ୟାହ୍ନ ଭୋଜନର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ସପ୍ତାହକୁ ତିନି ଦିନ ଲଡୁ ବଣ୍ଟନ କରାଯିବ । ଏଥିରେ ରାଜ୍ୟରେ ଉପକୃତ ହେବେ ୧୦ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍କୁଲରେ ଛାତ୍ରଛାତ୍ରୀଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ ଖାଇଥିଲେ ।