Categories: ରାଜ୍ୟ

ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଅଭିଯୋଗ : ସଭାପତି ହେଲେ ଗିରଫ

କଟକ ଟାଙ୍ଗୀ ଚୌଦ୍ୱାର ବ୍ଲକ୍ ଭଟିମୁଣ୍ଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା। ବିଦ୍ୟାଳୟ କମିଟି ସଭାପତିଙ୍କ ଗିରଫ ଦାବିରେ ଆମରଣ ଅନଶନ। ବିଦ୍ୟାଳୟର କମିଟି ସଭାପତି ଚାଉଳ ଚୋରି କରି ନେଉଥିବା ଗ୍ରାମବାସୀ ବିଇଓ, ଡିଇଓ ଓ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ ।

ଘଟଣାକୁ ଦୀର୍ଘଦିନ ବିତିଯାଇଥିଲେ ମଧ୍ୟ କୌଣସି କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରା ଯାଇନାହିଁ। ଏନେଇ ଗତକାଲି କଟକ ଜିଲ୍ଲା ସଂଯୋଜକ ଜିତେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଗ୍ରାମବାସୀ ବିଇଓଙ୍କ କାର‌୍ୟ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ସେପେଟ ଗାଁଲୋକଙ୍କ ଏହି ଅଭିଯୋଗକୁ ବିଦ୍ୟାଳୟ କମିଟି ସଭାପତି ଖଣ୍ଡନ କରିଛନ୍ତି । ତାଙ୍କ ବିରୋଧରେ ଏହା ଏକ ଷଡଯନ୍ତ୍ର ବୋଲି କହିଛନ୍ତି । ଏଥିସହ ଏବିଇଓ କହିଛନ୍ତି, ଚାଉଳ ରେକର୍ଡ ସବୁ ଠିକ୍ ଅଛି । ତଦନ୍ତ ରିପୋର୍ଟ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ପଠାଯାଇଛି ।

KNews Bureau

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

34 seconds ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

6 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago