ପୁଣି ବଦଳିଲା ସ୍କୁଲ ସମୟ, କେଉଁ ସ୍କୁଲ କେଉଁ ସମୟରେ ଖୋଲିବ ନଜର ପକାନ୍ତୁ
ଭୁବନେଶ୍ବର (କେନ୍ୟୁଜ) : ସକାଳୁଆ ସ୍କୁଲ ନେଇ ବଦଳିଲା ପୂର୍ବ ନିର୍ଦ୍ଧାରିତ ସମୟ। ଏଣିକି ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ। ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ ବୋଲି ନିଷ୍ପତ୍ତି ହୋଇଥିଲା।
ତେବେ ସକାଳ ୭ଟାରୁ ଦିନ ୧ଟା ଯାଏ ଚାଲିଥିବା ସ୍କୁଲ ସମୟ ବଦଳିବା ନେଇ ପୂର୍ବରୁ ମଧ୍ୟ ଚର୍ଚ୍ଚା ହେଉଥିଲା। କିନ୍ତୁ ଖରା ପାଇଁ ସମସ୍ୟା ହେଉଥିବାରୁ ସମୟ ପରିବର୍ତ୍ତନ ନେଇ ତର୍ଜମା ଚାଲିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୂର୍ବରୁ ସୂଚନା ଦେଇଥିଲେ।