ରାଜ୍ୟ

ଅସହ୍ୟ ଗ୍ରୀଷ୍ମ ପ୍ରବାହ; ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସମୟରେ ହେଲା ପରିବର୍ତ୍ତନ

ଖୋର୍ଦ୍ଧା (କେନ୍ୟୁଜ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ସକାଳ ସାଢ଼େ ୬ଟା ୩୦ରୁ ୧୦ଟା ୩୦ଟା ଯାଏ ଖୋଲା ରହିବ । ସବୁ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଏହା ଲାଗୁ ହେବ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହା ବଳବତ୍ତର ରହିବ ।

 

 

ସେହିପରି କେନ୍ଦ୍ରାପଡ଼ାରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦ଟା ଯାଏଁ ଚାଲିବ ବୋଲି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାପରେ ସ୍କୁଲ ଛୁଟି କରିଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ପରିସରରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ମହଜୁଦ ରଖିବାକୁ ପରାମର୍ଶ ଦିଆଯାଇଛି।

 

ରାଜ୍ୟରେ ଅଧିକାଂଶ ସହରରେ ତାପମାତ୍ରା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧକାରୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକଙ୍କ ସମେତ ଜଡ଼ିତ ସମସ୍ତ ବ୍ୟକ୍ତି ବିଶେଷମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହାସହ ସିଧାସଳଖ ଭାବରେ ସୂର୍ଯ୍ୟକିରଣ ସଂସ୍ପର୍ଶରେ ନ ଆସିବା ପାଇଁ ସଚେତନ ରହିବାକୁ ମଧ୍ୟ କୁହାଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ‘ଜଳ ବିରତି ଘଣ୍ଟି’ ଲାଗୁ କରିବାକୁ ପ୍ରସ୍ତାବ ଦିଆଯାଇଛି । ଛାତ୍ରଛାତ୍ରୀମାନେ ବିଦ୍ୟାଳୟରେ ଉପସ୍ଥିତ ଥିବା ସମୟରେ, ସେମାନଙ୍କର ମାନସିକ ଏବଂ ଶାରୀରିକ ସୁସ୍ଥତା ପାଇଁ ଏହି ପଦକ୍ଷେପ ନିଆଯାଇଛି ।

ସ୍କୁଲରେ ପାଠପଢା ବେଳେ ଦୈନିକ ୩ ଥର ଜଳ ବିରତି ଘଣ୍ଟି ବାଜିବ । ସକାଳ ୮ଟା ୩୦, ୧୦ଟା ଏବଂ ୧୧ଟାରେ ବାଜିବ ଜଳ ବିରତି ଘଣ୍ଟି। ଜଳ ବିରତି ଘଣ୍ଟି ବାଜିଲେ କ୍ଲାସରେ ଥିବା ପିଲା ପାଣି ପିଇବେ। ସମସ୍ତ ଛାତ୍ରଛାତ୍ରୀ ଉଦ୍ଦିଷ୍ଟ ସମୟରେ ପାଣି ପିଉଛନ୍ତି ନା ନାହିଁ, ଏହାକୁ ଶିକ୍ଷକ ଶିକ୍ଷୟିତ୍ରୀମାନେ ତଦାରଖ କରିବେ। ଏହା ସହିତ ସ୍କୁଲ ଯିବା ଆସିବା ସମୟରେ ଛତା କିମ୍ବା ଟୋପି ବ୍ୟବହାର କରିବା ପାଇଁ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେବେ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

Barsha

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

11 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

20 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

23 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

56 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

58 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago