ରାଜ୍ୟ

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍, ୨୪ ଯାଏଁ ଚାଲିବ ସକାଳୁଆ ପାଠପଢା

(କେନ୍ୟୁଜ): ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ ପାଠପଢା ହେଉଛି । ୨୬ ତାରିଖରୁ ନିୟମିତ ସମୟାନୁସାରେ ବିଦ୍ୟାଳୟ ଚାଲିବ ।

ସେହିପରି ଆସନ୍ତାକାଲି , ସୁନ୍ଦରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏହି ଜିଲ୍ଲାରେ ସକାଳ ସାଢେ ୬ଟାରୁ ଦିନ ୧୦ଟା ଯାଏ କ୍ଲାସ ଚାଲିବ । ୨୬ ତାରିଖରୁ ନିୟମିତ ସମୟ ଅନୁସାରେ କ୍ଲାସ ହେବାନେଇ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ଗୁଡ଼ିକୁ ଜୁନ୍ ୧୯ତାରିଖ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ଖୋଲିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା।

Barsha

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

3 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

12 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

15 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

48 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

50 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago