ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ, ଜୁଲାଇ ୭ରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା

ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଛି । ମେ ୧୦ରେ ପବିତ୍ର ଅକ୍ଷୟ ତୃତୀୟା, ଜୁନ୍ ୨୨ରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୭ରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା, ଜୁଲାଇ ୧୫ରେ ବାହୁଡା ଓ ୧୭ ରେ ପବିତ୍ର ସୁନାବେଶ ଅନୁଷ୍ଠିତ ହେବ।

ପୁରୀ : ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଛି । ମେ ୧୦ରେ ପବିତ୍ର ଅକ୍ଷୟ ତୃତୀୟା, ଜୁନ୍ ୨୨ରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୭ରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା, ଜୁଲାଇ ୧୫ରେ ବାହୁଡା ଓ ୧୭ ରେ ପବିତ୍ର ସୁନାବେଶ ଅନୁଷ୍ଠିତ ହେବ। ଏଥିପାଇଁ ସବୁ ବିଭାଗ ନିଜ ନିଜ ମଧ୍ୟରେ ସମନ୍ବୟ ରକ୍ଷା କରି ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବା ସମ୍ପର୍କରେ ଦ୍ୱିତୀୟ ବୈଠକରେ ଆଲୋଚନା କରାଯାଇଛି। ପ୍ରଚଣ୍ଡ ରୌଦ୍ରତାପ ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡ ପୋଷ୍ଟ ପ୍ରସ୍ତୁତ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ଓ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଶ୍ରୀମନ୍ଦିର ଠାରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତା ଗୁଡିକର ଆବଶ୍ୟକ ମରାମତି, ଡ୍ରେନ୍ ସଫେଇ ନେଇ ପୌରପାଳିକାକୁ ନିର୍ଦ୍ଦେଶ ରହିଛି। ସ୍ବାସ୍ଥ୍ୟ ବିଭାଗକୁ ନେଇ ଆବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ଜିଲ୍ଲାପାଳ। ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ବଡ଼ଦାଣ୍ଡରେ ରଥ ନିର୍ମାଣ ସୁରୁଖୁରୁରେ ସଂପନ୍ନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.