ରାଜ୍ୟ

ଆଉ ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଭକ୍ତଙ୍କୁ ଦର୍ଶନ ଅନୁମତି ନଥିବାରୁ ଗୁରୁବାର ସଂଧ୍ୟାରୁ ଶକ୍ରବାର ସକାଳ ଯାଏ ବଡ଼ଦାଣ୍ଡରରେ ୧୪୪ ଧାରା ଜାରି!

ପୁରୀ: ଆଉ ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ପ୍ରଥମ ଥର ପାଇଁ ବିନା ଭକ୍ତରେ ସମ୍ପନ୍ନ ହେବାକୁ ଯାଉଛି ଏହି ଯାତ୍ରା । ତେବେ ସୁରକ୍ଷାକୁ ଆଖିରେ ରଖି ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା। ଏଥର କରୋନା ମହାମାରୀର ଭୟାବହତାକୁ ନଜରରେ ରଖି ସ୍ନାନପୂର୍ଣ୍ଣିମାରେ ଭକ୍ତଙ୍କୁ ଦର୍ଶନ ଅନୁମତି ନଥିବା ବେଳେ ୪ ତାରିଖ ସଂଧ୍ୟାରୁ ୬ ତାରିଖ ସକାଳ ଯାଏ ବଡ଼ଦାଣ୍ଡର ମରିଚିକୋଟ ଛକରୁ କାକୁଡ଼ିଖାଇ ଛକ ଯାଏ ୧୪୪ ଧାରା ଜାରି କରାଯିବ ।

ସ୍ନାନଯାତ୍ରା ସିଧାପ୍ରସାରଣ ନେଇ ପୁରୀରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ । ଏହାପରେ ମହାପ୍ରଭୁଙ୍କ ନୀତି ନେଇ ବିଭିନ୍ନ ସେବାୟତ ନିଯୋଗଙ୍କ ସହ ଜିଲ୍ଲାପାଳ ଆଲୋଚନା କରିଛନ୍ତି । ସ୍ନାନ ପୂର୍ଣ୍ଣିମାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ବିଳମ୍ବିତ ରାତିରେ ପହଣ୍ଡି ହେବ। ସ୍ନାନଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କେମିତି ସୁରୁଖୁରୁରେ ସବୁ ନୀତି ସମ୍ପାଦନ ହେବ ସେନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago