ଜମ୍ମୁକଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ୱର(କେନ୍ୟୁଜ୍): ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି। ଜମ୍ମୁକଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହେବା ପରେ ସୁରକ୍ଷା ବୃଦ୍ଧି କରାଯାଇଛି। ଫଳରେ ଅଧିକ ସଂଖ୍ୟାରେ ସିଆଇଏସଏଫ ମୁତୟନ କରାଯାଇଛି। ଅଣ ପାର୍କିଂ ଜାଗାରେ ଯେପରି ପାର୍କିଂ ନକରାଯାଏ ସେଥିପ୍ରତି ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।