ରାଜ୍ୟ

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ଜମିଜମା ମାମଲା ସମାଧାନ ପାଇଁ ନେଉଥିଲେ ଲାଞ୍ଚ

କେନ୍ଦ୍ରାପଡା (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି । ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଛନ୍ତି ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି । ଜମିଜମା ମାମଲା ସମାଧାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି ।

ସୂଚନା ଅନୁଯାୟୀ ଅତିରିକ୍ତ ଚକବନ୍ଦୀ କମିଶନର କାର୍ଯ୍ୟାଳୟରେ ଅବସ୍ଥାପିତ କିରାଣୀ ଜିତେନ୍ଦ୍ର ସେନାପତି ଅଭିଯୋଗକାରୀ ଗାୟତ୍ରୀ ମିଶ୍ରଙ୍କ ଏକ ଜମିଜମା ସମ୍ପର୍କିତ ମାମଲାର ରଫାଦଫା କରିବା ପାଇଁ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । କେନ୍ଦ୍ରାପଡା ଭିଜିଲାନ୍ସଡିଏସପି ଭାଗ୍ୟଲକ୍ଷ୍ମୀ ପୁହାଣଙ୍କ ନେତୃତ୍ୱରେ ଏକ ଛ’ଜଣିଆ ଟିମ ଚଢାଉ କରି ଲାଞ୍ଚ ଟଙ୍କା ସହ ଜିତେନ୍ଦ୍ର ସେନାପତିଙ୍କୁ ମାଡିବସିଥିଲା । ଜିତେନ୍ଦ୍ରଙ୍କୁ ଭିଜିଲାନ୍ସ ଡ଼ିଏସପିଙ୍କ କାର୍ଯ୍ୟାଳୟକୁ ଆଣିପଚରାଉଚରା କରାଯାଉଛି । ସ୍ଥାନୀୟ ଠାକୁର ପାଟଣା ଗାଁରେ ଥିବା ଜିତେନ୍ଦ୍ରଙ୍କ ଭଡାଘର ସମେତ ତାଳସଙ୍ଗା ସ୍ଥିତ ପୈତୃକ ଘରେ ଭିଜିଲାନ୍ସବିଭାଗର ଦୁଇଟି ଟିମ ଚଢ଼ାଉ ଜାରି ରଖିଛନ୍ତି ।

 

 

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago