Below header

ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଛି କେଉଁ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳବଦଳ । କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ ମହାପାତ୍ରଙ୍କୁ ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ରାଜସ୍ୱ ବିଭାଗ ପ୍ରମୁଖ ସଚିବ ଥିବା ନିକୁଞ୍ଜ ବିହାରୀ ଧଳଙ୍କୁ ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ସଚିବ ପ୍ରମୋଦ ମେହେର୍ଦ୍ଦା ବାଣିଜ୍ୟ ଓ ପରିବହନ ବିଭାଗ ସଚିବ ଭାବେ ବଦଳି ହୋଇଛନ୍ତି । ଏହାସହ ସେ କୃଷି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଆଇପିଏସ ଅରୁଣ ବୋଥ୍ରାଙ୍କୁ ରାଜ୍ୟ ସଡ଼କ ପରିବହନ ବିଭାଗର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ରାଉରକେଲା ମୁନିସିପାଲ କର୍ପୋରେସନର କମିଶନର ୱାଇ. ବିଜୟଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଉପସଚିବ ଭାବେ ବଦଳି କରିଛନ୍ତି ସରକାର । ରାଉରକେଲା ମହାନଗର ନିଗମ କମିସଶନର ଭାବେ ସ୍ୱାସ୍ଥ୍ୟ ବିଭାଗର ଉପସଚିବ ଥିବା ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ମିଳିଛି ନିଯୁକ୍ତି । ଏହାସହ ସେ ରାଉରକେଲା ସ୍ମାର୍ଟସିଟି ଲିମିଟେଡର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.