Below header

ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଗୌତମବୁଦ୍ଧ ଦାସ

କେନ୍ୟୁଜ୍(ବ୍ୟୁରୋ): ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଗୌତମବୁଦ୍ଧ ଦାସ । ଭୁବନେଶ୍ୱରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।

senior journalist

ଗୌତମବୁଦ୍ଧଙ୍କ ଯୋଗଦାନ ଦଳର ସାଂଗଠନିକ ସ୍ତରରେ ଅଧିକ ସଶକ୍ତ ହେବ ବୋଲି କହିଥିଲେ । ଏହି ଅବସରରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ତଥା ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ବିଜେଡି ସମ୍ପାଦକ ଅମରେଶ ଜେନା, ସମ୍ପାଦକ କୁନବିହାରୀ ଦାସ, ଓଡ଼ିଶା ମୋ ପରିବାରର ସଂଯୋଜକ ଡ. ପ୍ରକାଶ ତିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.