ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର

ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ଦଳରୁ ବହିଷ୍କୃତ କରିଛି ବିଜେପି । ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ଦଳ ।

ଭୁବନେଶ୍ୱର : ବିଜେପିରୁ ବିଜୟ ବିଦା । ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ଦଳରୁ ବହିଷ୍କୃତ କରିଛି ବିଜେପି । ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ଦଳ । ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ ବିଜୟ ମହାପାତ୍ର । ଚଳିତ ବିଧାନସଭା ନିର୍ବାଚନରେ ବିଜୟଙ୍କ ପୁଅ ଅରବିନ୍ଦ ମହାପାତ୍ର ପାଟକୁରା ଆସନରୁ ବିଜେଡି ଟିକେଟରେ ନିର୍ବାଚନ ଲଢୁଛନ୍ତି ।

ସେପଟେ ଆକ୍ସନ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜୟ । ସେ ପାଞ୍ଚବର୍ଷ ଧରି ଦଳରେ ନଥିଲେ ବୋଲି କହିଛନ୍ତି । ପାଞ୍ଚ ବର୍ଷଧରି କେବେ ଅଫିସ ଯାଇନାହାନ୍ତି କିମ୍ବା ତାଙ୍କୁ କେହି ଡାକନ୍ତିନି । ଏବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ବିଜେପି ନିଜକୁ ନିଜେ ଅପଦସ୍ତ କରୁଛି ବୋଲି କହିଛନ୍ତି ବିଜୟ । ସେହିପରି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶାରଦା ପ୍ରଧାନ ଓ ଏସସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଟିକେଟ ନପାଇବାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ମାହାଙ୍ଗାରୁ ଶାରଦା ପ୍ରଧାନ ଓ ସୋରରୁ ରାକେଶ ମଲ୍ଲିକ ନିର୍ବାଚନ ଲଢୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.