ଭିଜିଲାନ୍ସ ଜାଲରେ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ ସହାୟକ, ୧୫ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ

ଭଞ୍ଜନଗର(କେ ନ୍ୟୁଜ): ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ଭଞ୍ଜନଗର ସ୍ଥିତ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟ କାର୍ଯ୍ୟାଳୟର ବରିଷ୍ଠ ସହାୟକ ମାନସ ରଞ୍ଜନ ଦାସ। ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ଠାରୁ ସେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ଜଗବନ୍ଧୁ ସେଠୀ ନାମକ ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ କାଗଜପତ୍ର କରାଇ ଦେବା ପାଇଁ ମାନସ ରଞ୍ଜନ ଦାସ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ସେ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ପରେ ମାନସଙ୍କୁ ଧରିବା ପାଇଁ ଭିଜିଲାନ୍ସ ଜାଲ ବୁଣିଥିଲା। ଶେଷରେ ଆଜି ମାନସ ରଞ୍ଜନ ଦାସଙ୍କୁ ଧରିଛି ଭିଜିଲାନ୍ସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.