Below header

ପୁଣି ମହାପ୍ରଭୁଙ୍କ ମହାପ୍ରସାଦ ଅନଲାଇନରେ ହେଉଛି ବିକ୍ରି, ପିନରେଷ୍ଟ ଅନଲାଇନ୍‌ ସଂସ୍ଥା ନାଁରେ ସେବାୟତ ଦେଲେ ଏତଲା

ପୁରୀ(କେନ୍ୟୁଜ୍):  ବାରମ୍ବାର ଅଭିଯୋଗ ସତ୍ୱେ ମଧ୍ୟ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଉନି ପଦକ୍ଷେପ । ଅନଲାଇନରେ ମହାପ୍ରସାଦ ବିକ୍ରି କରୁଛନ୍ତି ଗୋଟିଏ ପରେ ଗୋଟିଏ ସଂସ୍ଥା । କିଏ ନିର୍ମାଲ୍ୟ ତ ଆଉ କିଏ ବିକ୍ରି କରୁଛି ମହାପ୍ରଭୁଙ୍କ ମହାପ୍ରସାଦ । ଆଜି ପୁଣି ଏମିତି ଏକ ଘଟଣା ଆସିଛି ସାମ୍ନାକୁ ।

ପିନରେଷ୍ଟ ନାମକ ଏକ ଅନଲାଇନ୍‌ ସଂସ୍ଥା ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରୁଥିବା ଜଣା ପଡିଛି । ଏହାକୁ ନେଇ ସେବାୟତ ମହଲରେ ପୁଣି ନିନ୍ଦା କରାଯାଇଥିବା ବେଳେ ସମ୍ପୃକ୍ତ ସଂସ୍ଥା ନାଁରେ ଏତଲା ଦିଆଯାଇଛି । ପୂର୍ବରୁ ମଧ୍ୟ ଏଭଳି ଅନେକ ଉଦାହରଣ ଦେଖିବାକୁ ମିଳିଛି । ତେବେ ନିକଟ ଅତୀତରେ ଆମାଜନ ନାମକ ଇ-କମର୍ସ ସଂସ୍ଥା ଅନଲାଇନରେ ନିର୍ମାଲ୍ୟ ବିକ୍ରି କରୁଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ଆମାଜନ ସିଂହଦ୍ୱାର ଥାନାରେ ଏତଲା କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.