୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୭ଟି ସହର, ବଲାଙ୍ଗିର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟର ବିଭିନ୍ନ ସହରରେ ବଢିବାରେ ଲାଗିଛି ତାତି। ୪୦ ଡିଗ୍ରୀ ଉପରେ ରହିଛି ୭ଟି ସହର। ବଲାଙ୍ଗିର ପାଲଟିଛି ସବୁଠୁ ଉତ୍ତପ୍ତ ସହର । ଏଠାରେ ପାରଦ ୪୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୫ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନବେଳାର ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କିଛି ସ୍ଥାନରେ ଅସହ୍ୟ ଗରମ ହେଉଥିବାବେଳେ ୯ଟି ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ। ୧୧ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.