ଝାରସୁଗୁଡା : ସ୍କୁଲ ପିଲାଙ୍କ ଖୁସିକୁ ଫିକା କରିଦେଲା କରୋନା । ବିଦ୍ୟାଳୟ ଖୋଲିବାର ପାଞ୍ଚ ଦିନ ପରେ ଆସିଛି ଅଭାବନୀୟ ଖବର । ବିଦ୍ୟାଳୟ ଖୋଲିବାର ୫ ଦିନରେ ୧୯ ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆଉ ଏଭଳି ଏକ ଖବର ଆସିଛି ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକର ୩ଟି ବିଦ୍ୟାଳୟରୁ ।
ମିଳିଥିବା ସୂଚନା ଅନୁଯାୟୀ, ଗତ ୧୦ ତାରିଖ ଦିନ ସାଲହେଟିକ୍ରା ହାଇସ୍କୁଲରୁ ୨ ଜଣ ଛାତ୍ରଛାତ୍ରୀ, ୧୧ ତାରିଖରେ ସାହାସପୁର ହାଇସ୍କୁଲରୁ ୯ ଜଣ ଛାତ୍ରଛାତ୍ରୀ ଚିହ୍ନଟ ହୋଇଥିବା ବେଳେ ୧୩ ତାରିଖରେ ହେମସାଗର ଉଚ୍ଚ ବିଦ୍ୟାଳୟ ପାକେଲଖୋଲ ବିଦ୍ୟାଳୟରୁ ୮ ଜଣ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୧୯ ଜଣ ଛାତ୍ରଛାତ୍ରୀଙ୍କ ରିପୋର୍ଟ ପଜିଟିଭ ଆସିଛି । ଯେଉଁ ଛାତ୍ରଛାତ୍ରୀ ମାନେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ସେମାନଙ୍କୁ ଘରୋଇ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି ।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…