Below header

ଘନୀଭୂତ ହେଉଛି ଲଘୁଚାପ, ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା

ଭୁବନେଶ୍ବର(କେନ୍ୟୁଜ୍) : ଉତ୍ତର ବଙ୍ଗୋପସାଗର ତଥା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଗତକାଲି ଠାରୁ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ଉତ୍ତର ଓ ଉପକୂଳ ଓଡ଼ିଶାରେ ଲଗାଣ ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତକାଲି ବାରିପଦାରେ ସର୍ବାଧିକ ୧୩୧.୬ମିମି ବର୍ଷା ରେକର୍ଡ ହୋଇଛି। ବାଲେଶ୍ୱର, ଚାନ୍ଦବାଲି, କଟକ, ଭୁବନେଶ୍ୱର, ପୁରୀ, ସମ୍ବଲପୁର, ତାଳଚେର, ଅନୁଗୁଳ ଆଦି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଦୁଇ ଦିନ ଧରି ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୩୧ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ମଧ୍ୟ ଉପକୂଳ ଓଡ଼ିଶା ଉପରେ ରହିବ। ଲଘୁଚାପ ପ୍ରଭାବରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.