ମୟୁରଭଞ୍ଜ : ସଂସ୍କୃତ ମହାବିଦ୍ୟାଳୟର ପ୍ରିନ୍ସିପାଲଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ

ମୟୁରଭଞ୍ଜ : ପ୍ରିନ୍ସିପାଲଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ। ଅଭିଯୋଗ ଆଣିଛନ୍ତି ମୟୁରଭଞ୍ଜ ଜିଲ୍ଲା ଉଦଳାରେ ଥିବା ଲାଲମୋହନ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପିକା। କଲେଜ ଅଧ୍ୟକ୍ଷ କମଳାକାନ୍ତ ବେହେରା କାମ ବାହାନାରେ ଡାକି ଅଧ୍ୟାପିକାଙ୍କୁ ଦୁର୍ବ୍ୟବହାର ଓ ଅସଦାଚରଣ କରିଥିଲେ। ଏନେଇ ଅଧ୍ୟାପିକା ଜଣକ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏପରିକି ତାଙ୍କୁ ଚାକିରୀରୁ ବହିଷ୍କାର କରିବା ପାଇଁ ଧମକ ଦେଉଥିବା ମଧ୍ୟ ଏତଲାରେ ଦର୍ଶାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.