ଆରବିଆଇରେ ଓଡ଼ିଆ ଅଫିସର, ଅବସରପ୍ରାପ୍ତ ଆଇଏଏସ୍‌ ଶକ୍ତିକାନ୍ତ ଦାସ ହେଲେ ନୂଆ ଗଭର୍ଣ୍ଣର

ନୂଆଦିଲ୍ଲୀ (କେ ନ୍ୟୁଜ୍‌) : ଏବେ ନୂଆ କରି ଛପା ଯିବା ଟଙ୍କାରେ ରହିବ ଜଣେ ଓଡ଼ିଶା ବ୍ୟକ୍ତିଙ୍କ ସ୍ୱାକ୍ଷର । ଓଡ଼ିଆ ଆଇଏଏସ୍‌ ଅଫିସର ଶକ୍ତିକାନ୍ତ ଦାସ ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଭାବେ ନିଯୁକ୍ତ ହୋଇଛନ୍ତି । ଉର୍ଜିତ ପଟେଲଙ୍କ ଇସ୍ତଫା ପରେ ଶକ୍ତିକାନ୍ତ ଦାସଙ୍କୁ ଏହି ପଦବିରେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର ।
୧୯୮୦ ବ୍ୟାଚ୍‌ର ତାମିଲନାଡୁ କ୍ୟାଡର ଆଇଏଏସ୍‌ ଶକ୍ତିକାନ୍ତ ପୂର୍ବରୁ ଅର୍ଥ ପରାମର୍ଶଦାତା ଭାବେ କାଯ୍ୟର୍ କରୁଥିଲେ । ତାମିଲନାଡୁରେ ସେ ବିଭିନ୍ନ ଦାୟିତ୍ୱରେ ରହିବା ପରେ ୨୦୧୪ରୁ ୨୦୧୫ କେନ୍ଦ୍ର ରାଜସ୍ୱ ବିଭାଗ ସଚିବ ଏବଂ ୨୦୧୬ରୁ ୨୦୧୭ ପର୍ଯ୍ୟନ୍ତ ଅର୍ଥନୀତି ବ୍ୟାପାର ସଚିବ ଥିଲେ । ଅବସର ପରେ ତାଙ୍କୁ ପଞ୍ଚଦଶ ଅର୍ଥ କମିଶନ୍‌ର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଥିଲା । ଏହା ସହିତ ସେ ଜି-୨୦ ପାଇଁ ଭାରତର ଶେରପା ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ । ଜିଏସ୍‌ଟି ନୀତି ପ୍ରସ୍‌ୁତି ବେଳେ ଶକ୍ତିକାନ୍ତଙ୍କର ବହୁତ ବଡ଼ ଭୂମିକା ଥିଲା । ତାଙ୍କର ଅଭିଜ୍ଞତା ଏବଂ କାର୍ଯ୍ୟ ଦକ୍ଷତାକୁ ଦୃଷ୍ଟିରେ ରଖି ତାଙ୍କୁ କେନ୍ଦ୍ର ସରକାର ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି ।

KNews Bureau

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

3 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

9 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

18 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

20 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

27 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

53 mins ago