Below header

ମିଶନ ଶକ୍ତି ମା’ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର, ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଋଣ

ମିଶନ ଶକ୍ତି ବଜାରର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମିଶନ ଶକ୍ତି ମାଆଙ୍କୁ ନବୀନ ପଟ୍ଟନାୟକ ବଡ଼ ଉପହାର ଭେଟି ଦେଇଛନ୍ତି । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ ।

ଭୁବନେଶ୍ୱର (କେନ୍ୟୁଜ): ମିଶନ ଶକ୍ତି ବଜାରର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମିଶନ ଶକ୍ତି ମାଆଙ୍କୁ ନବୀନ ପଟ୍ଟନାୟକ ବଡ଼ ଉପହାର ଭେଟି ଦେଇଛନ୍ତି । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ । ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ହେବ ।

ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ଏହାର ଶୁଭାରମ୍ଭ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କରାଯାଇଛି । ୟୁନିଫର୍ମ ପାଇଁ ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରତି ମହିଳା ସଦସ୍ୟଙ୍କୁ ୧ ହଜାର ଟଙ୍କା ଲେଖାଏଁ ମିଳିବ । ରାଜ୍ୟର ୭୦ ଲକ୍ଷ ମହିଳା ଏଥିରେ ଉପକୃତ ହେବେ ।

ସେହିପରି ଏସଏଚଜି ମହାସଂଘର କାର୍ଯ୍ୟନିର୍ବାହୀ କମିଟି (ଗ୍ରାମାଞ୍ଚଳ) ଓ ପରିଚାଳନା କମିଟି (ସହରାଞ୍ଚଳ) ସଦସ୍ୟଙ୍କୁ ବ୍ଲେଜର ପାଇଁ ୨ ହଜାର ଟଙ୍କା ଲେଖାଏଁ ଦିଆଯିବ । ଏଭଳି ଭାବେ ଦେଢ଼ ଲକ୍ଷ କାର୍ଯ୍ୟ ନିର୍ବାହୀ କମିଟି ସଦସ୍ୟା ଓ ପରିଚାଳନା କମିଟି ସଦସ୍ୟାଙ୍କୁ ମିଳିବ ୨ ହଜାର ଟଙ୍କା ଲେଖାଏଁ ।

ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ । ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ମା’ ମାନଙ୍କୁ ସମ୍ମାନ ଓ ଉନ୍ନତି ପାଇଁ ସରକାର ସବୁବେଳେ କାମ କରୁଛନ୍ତି । ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସହଭାଗୀ ହେଉଛନ୍ତି । ନୂଆ ଓଡ଼ିଶା ଗଠନରେ ସାମିଲ ହୋଇଛନ୍ତି ମିଶନ ଶକ୍ତି ମା’ । ମା’ ମାନେ ଏବେ ଏସଏଚଜିରୁ ଏସଏମଇ ହୋଇଛନ୍ତି । ମିଶନ ଶକ୍ତିର ମା’ ମାନେ ଭଲ କାମ କରୁଛନ୍ତି ଏବଂ ରୂପାନ୍ତର ଓଡ଼ିଶାରେ ଭାଗିଦାର ସାଜୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.