ରାଜ୍ୟ

ବନକଲାଗି ନୀତି ବିଶୃଙ୍ଖଳା ପ୍ରସଙ୍ଗ: ୪ ଦିନ ମଧ୍ୟରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ୍‌

ପୁରୀ(କେନ୍ୟୁଜ୍): ବନକଲାଗି ନୀତି ବିଶୃଙ୍ଖଳା ପ୍ରସଙ୍ଗରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ୍‌ । ୪ ଦିନ ମଧ୍ୟରେ ନୋଟିସର ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିର ଆଇନ ୨୦ ଓ ୩୦ ଧାରାରେ ନୋଟିସ୍‌ ହୋଇଛି । ମିଳିଥିବା ସୂଚନା ମୁତାବକ ୨୦୧୮ ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ପ୍ରତି ବୁଧବାର ବନକଲାଗି କରାଯିବ।

କିନ୍ତୁ ୬ ବର୍ଷ ଧରି ବନକଲାଗି ନୀତି ପ୍ରତି ବୁଧବାର ହେଉଥିବାବେଳେ ଏବେ ଗୁରୁବାର କରିବା ପାଇଁ ଦତ୍ତମହାପାତ୍ର ନିଯୋଗ ଜିଦ୍‌ ଧରୁଛି। ନିଳଦ୍ରୀ ବିଜେ ଠାରୁ ଏପର୍ଯ୍ୟନ୍ତ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ହୋଇନାହିଁ ।

ତେଣୁ ନୋଟିସ୍‌ ଜାରି କରାଯାଇଛି । ଅନ୍ୟପଟେ ନୋଟିସକୁ ନେଇ ଦତ୍ତମାହାପାତ୍ର ସେବକ ସଂଜୟ ଦାସମହାପାତ୍ର କହିଛନ୍ତି, ସତ୍ତ୍ୱଲିପି ଆଧାରରେ ବନକଲାଗି କରାଯିବା ଦରକାର। ନହେଲେ ସତ୍ତ୍ୱଲିପିକୁ ଉଛେଦ କରିଦିଅନ୍ତୁ ସରକାର । ଆବଶ୍ୟକ ପଡିଲେ କୋର୍ଟଙ୍କ ଦ୍ୱାରସ୍ଥ ହେବୁ ବୋଲି ସେ କହିଛନ୍ତି ।

Sonalisa

Recent Posts

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

41 mins ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

52 mins ago

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

1 hour ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

1 hour ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

1 hour ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

2 hours ago